ରିପୋର୍ଟ କାର୍ଡ / ନବରଙ୍ଗପୁର
ମାଓବାଦୀମାନେ ପୁଣି ଏକ ଜଘନ୍ୟ ହତ୍ୟା କାଣ୍ଡ ଘଟାଇଛନ୍ତି। ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅନ୍ତର୍ଗତ ନାକଟିସିମୋଡା ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମଣପୁର ଗ୍ରାମର ନାରାୟଣ ନାଗେଶ ଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗ ରେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆ ଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟରଗୁଡ଼ିକରେ ଉଲ୍ଲେଖ କରାଯାଇଛି । ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ ହତ୍ୟା କରାଯାଇଛି ବୋଲି ମୈନପୁର -ନୂଆପଡ଼ା ଡିଭିଜନାଲ୍ କମିଟି (ମାଓବାଦୀ) ପକ୍ଷରୁ ପୋଷ୍ଟର ମାଧ୍ୟମରେ ଉଲ୍ଲେଖ କରାଯାଇଛି। ଏହି ଘଟଣା ପୁଣି ସ୍ଥାନୀୟ ଲୋକଙ୍କ ମନରେ ଭୟ ର ବାତାବରଣ ଖେଳିଯାଇଛି ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..