ରିପୋର୍ଟ କାର୍ଡ / ଭୁବନେଶ୍ୱର
ସକ୍ରିୟ ରହିଥିବା ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଆଜି ଭୋରରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଥିଲା। ପଶ୍ଚିମା ଝଡ଼ ଆଉ ୨ଦିନ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାଜ୍ୟରେ ବର୍ଷା ପବନ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ। ସେହିପରି ୨୧ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି।






More Stories
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..
ବଜେଟ ଅଧିବେଶନର ଦ୍ୱିତୀୟ ଦିନ: ଉଠିବ ଚାଷୀ ପ୍ରସଙ୍ଗ…..