ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୯ରେ ଆଉ ଏକ ପଶ୍ଚିମା ଝଡ଼ । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠୁ ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଓ କାଲି ଘଡ଼ଘଡ଼ି ସହ ବର୍ଷା, ଝଡ଼ ପବନ ହେବ | ୩୦ରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶା ଏବଂ ୩୧ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ବିଶେଷକରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ କାଳବୈଶାଖୀର ପ୍ରଭାବ ଅଧିକ ରହିବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..