ରିପୋର୍ଟ କାର୍ଡ / ପୁରୀ
ଆସନ୍ତା ଜୁନ୍ ୨୦ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ।ଏହା ପୂର୍ବର ପ୍ରସ୍ତୁତି ଆରମ୍ଭ ହୋଇଛି | ଚଳିତ ବର୍ଷ ଏହି ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ କରିବା ପାଇଁ ବୁଧବାର ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏପ୍ରିଲ ୨୩ରେ ଅକ୍ଷୟ ତୃତୀୟା ଜୁନ୍ ୪ରେ ଦେବସ୍ନାନ ପୂର୍ଣ୍ଣିମା ୨୮ରେ ବାହୁଡ଼ା ଯାତ୍ରା ୨୯ରେ ମହାପ୍ରଭୁଙ୍କ ସୁନାବେଶ ଶାନ୍ତିଶୃଙ୍ଖଳାର ସହ ସମାପନ ପାଇଁ ଜିଲ୍ଲାପାଳଙ୍କ ପରାମର୍ଶ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତିକୁ ସୁଧାରି ସମସ୍ତ ବିଭାଗ ଚଳିତ ବର୍ଷ ପାଇଁ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆସନ୍ତା ଏପ୍ରିଲ ୨୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ୟ୍ୟ । ଜୁନ୍ ୪ରେ ଦେବସ୍ନାନ ପୂର୍ଣ୍ଣିମା ପଡ଼ୁଥିବା ବେଳେ ଜୁନ୍ ୨୦ରେ ଅନୁଷ୍ଠିତ ହେବ ରଥଯାତ୍ରା । ସେହିପରି ୨୮ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଓ ୨୯ ତାରିଖରେ ସୁନାବେଶ ଅନୁଷ୍ଠିତ ହେବା ପାଇଁ ନିଷ୍ପତ୍ତି ନିଆଯାଇଛି । ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି, ପାନୀୟ ଜଳ ଯୋଗାଣ, ଜନଗହଳି ନିୟନ୍ତ୍ରଣ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ଏବଂ ଆଇନ ଶୃଙ୍ଖଳା ନେଇ ଏହି ବୈଠକରେ ବିଶଦ ଭାବେ ଆଲୋଚନା କରାଯାଇଥିଲା । ବର୍ତ୍ତମାନ ପ୍ରଚଣ୍ଡ ଗରମ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପର୍ୟ୍ୟାପ୍ତ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଣ, ଷ୍ଟାଣ୍ଡ ପୋଷ୍ଟ ପ୍ରସ୍ତୁତ କରି ରଖିବାକୁ ଜନସ୍ୱାସ୍ଥ୍ୟ ବିଭାଗ ଓ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଶ୍ରୀମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ପର୍ୟ୍ୟନ୍ତ ଓ ବଡ଼ଦାଣ୍ଡ ସମେତ ଏହାକୁ ସଂଯୋଗ କରୁଥିବା ରାସ୍ତାଗୁଡ଼ିକର ମରାମତି, ଡ୍ରେନ୍ ସଫେଇ ଇତ୍ୟାଦି କରିବାକୁ ପୌର ପାଳିକାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ରାଜ୍ୟରେ କରୋନା ସ୍ଥିତି ସ୍ୱାଭାବିକ ରହିଥିବା ବେଳେ ରାଜ୍ୟ ସରକାରଙ୍କ ପରବର୍ତ୍ତୀ କୋଭିଡ଼ ନିୟମକୁ ଯେପରି ଅନୁପାଳନ କରାଯାଏ ସେନେଇ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା ।






More Stories
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..
ବଜେଟ ଅଧିବେଶନର ଦ୍ୱିତୀୟ ଦିନ: ଉଠିବ ଚାଷୀ ପ୍ରସଙ୍ଗ…..