ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ବିଶାଳଖିଣ୍ଡା ସ୍ଥିତ ଶାସନ କେନାଲକୁ ଏକ ବୋଲେରୋ ଗାଡ଼ି ଖସି ୭ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଥିବା ଖବର ଚାଞ୍ଚଲ୍ୟ ଖେଳାଇଦେଇଛି। ୭ ମୃତକ ବଡ଼ଧରା ଗ୍ରାମର ବୋଲି ଜଣାପଡିଛି | ସୂଚନା ଅନୁଯାୟୀ, ଏକ ବିବାହ ବରଯାତ୍ରୀ ଭାବେ ଯୋଗଦେବା ପାଇଁ ଝାରସୁଗୁଡ଼ା ଜ଼ିଲ୍ଲା କନକତୁରା ବଡ଼ଧରା ଅଞ୍ଚଳରୁ ପରମାଣପୁରକୁ ଆସିଥିଲେ l ଭୋଜି ଖାଇ ଫେରିବା ବେଳକୁ ପ୍ରବଳ ବର୍ଷା ହେଉଥିଲା l ଶାସନ ଥାନା ଅନ୍ତର୍ଗତ ବିଶାଳଖିଣ୍ଡା ବୁଲାଣିକୁ ପହଞ୍ଚିବା ମାତ୍ରେ ଭାରସାମ୍ୟ ହରାଇ ଗାଡ଼ିଟି ସିଧା ଶାସନ କେନାଲ ଭିତରକୁ ପଶି ଯାଇ ଓଲଟି ପଡ଼ିଥିଲା | ଗାଡ଼ିଟି ଓଲଟି ପଡ଼ିବାରୁ ଗାଡ଼ି ଭିତରେ ଥିବା ଯୁବକମାନେ ସମସ୍ତେ ବାହାରି ପାରିନଥିଲେ l ଜଣେ ଯୁବକ ବାହାରି ତାଙ୍କ ସମ୍ପର୍କୀୟମାନଙ୍କୁ ଫୋନ କରିଥିଲେ। ଘଟଣାସ୍ଥଳରେ ସମସ୍ତେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେl ତେବେ ଗାଡ଼ିରୁ ୩ ଜଣ ବାହାରି ପାରିଥିଲେ ଆଉ ୬ ଜଣ ବାହାରି ପାରି ନଥିଲେl ଗାଡ଼ି ଚାଳକର ଏପର୍ଯ୍ୟନ୍ତ କୌଣସି ପତ୍ତା ମିଳିନଥିଲା l ଏନେଇ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୁଲିସ ପହଞ୍ଚି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛିl






More Stories
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..
ବଜେଟ ଅଧିବେଶନର ଦ୍ୱିତୀୟ ଦିନ: ଉଠିବ ଚାଷୀ ପ୍ରସଙ୍ଗ…..