ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିସାବାସୀଙ୍କ ସୁଖ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ଭାଷାରେ ଟୁଇଟ୍ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି,ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍ ଇଞ୍ଜିନ୍ ହେବାରେ ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆ ଭାଷାରେ ଟୁଇଟ୍ କରି ଲେଖିଛନ୍ତି,ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡ଼ିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର। ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଟୁଇଟ୍ କରି କହିଛନ୍ତି, ଉତ୍କଳ ଦିବସ ଅବସରରେ ଓଡ଼ିଶାର ଭଉଣୀ ଓ ଭାଇମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ପ୍ରାଚୀନ ମନ୍ଦିରରାଜି, ସମୃଦ୍ଧ ସଂସ୍କୃତି ଏବଂ ଅମାୟିକ ଜନସାଧାରଣ ଥିବା ଓଡ଼ିଶା ହେଉଛି ଭାରତର ଗୌରବରୂପକ ମୁକୁଟରେ ଗୋଟାଏ ମୁକ୍ତା। ସେହିପରି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇ ଟୁଇଟ୍ କରିଛନ୍ତି: ଓଡ଼ିଶାର ଜନସାଧାରଣଙ୍କୁ ‘ଉତ୍କଳ ଦିବସ’ର ଅଭିନନ୍ଦନ ଜଣାଇବା ସହ ଭାଷାଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନର ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜି ଜଣାଉଛି। ଏହି ଦିନଟି ଆମ ସମସ୍ତ ଉତ୍କଳୀୟଙ୍କ ପାଇଁ ସ୍ମରଣୀୟ ଦିବସ। ଆସନ୍ତୁ, ଓଡ଼ିଆ ଜାତିକୁ ପୁଣି ଥରେ ଶକ୍ତିଶାଳୀ, ସମୃଦ୍ଧ ଓ ଭବ୍ୟ କରିବା ପାଇଁ ବଦ୍ଧପରିକର ହେବା।






More Stories
ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ…..
ତୃତୀୟ ଲିଙ୍ଗ ଦେଇପାରିବେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା…..
ପୁଣି ବଢ଼ିଲା ଡ୍ରପ୍ ଆଉଟ୍…..