ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ପୁଞ୍ଜିନିବେଶ ସୁଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହିତ ଟୋକିଓରେ ପହଞ୍ଚିଛନ୍ତି। ଏଠାରେ ଭାରତର ରାଷ୍ଟ୍ରଦୂତ ଶିବି ଜର୍ଜ ତାଙ୍କୁ ସ୍ବାଗତ କରିଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କର ଏହି ଗସ୍ତ ଓଡ଼ିଶା ଓ ଜାପାନ ମଧ୍ୟରେ ପାରସ୍ପରିକ ସଂପର୍କ ବୃଦ୍ଧି କରିବ ବୋଲି ବିଶ୍ବାସ ରହିଛି। ଏହି ପ୍ରତିନିଧି ଦଳରେ ଶିଳ୍ପ, ଏମ୍ଏସ୍ଏମ୍ଇ, ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର, ଇପିକଲ୍ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦର ପୁନିଆ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନୀଲ କ୍ରିଷ୍ଣା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ସାମିଲ ହୋଇଛନ୍ତି।ଏହାବାଦ୍ ଇସ୍ପାତ, ଆଲୁମିନିୟମ, ବୟନଶିଳ୍ପ, ଖାଦ୍ୟ ଏବଂ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ସବୁଜ ହାଇଡ୍ରୋଜେନ ଓ ସବୁଜ ଆମୋନିଆ କ୍ଷେତ୍ରର ଉଦ୍ୟୋଗୀମାନେ ଜାପାନ ଗସ୍ତରେ ଯାଇଛନ୍ତି। ସେମାନେ ଜାପାନର ଶିଳ୍ପସଂସ୍ଥା ସହ ଓଡ଼ିଶାରେ ବ୍ୟବସାୟ ପାଇଁ ଥିବା ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିବେ। ଆଜି ମୁଖ୍ୟମନ୍ତ୍ରୀ ନିପନ୍ ଷ୍ଟିଲ୍ କର୍ପୋରେସନର ପ୍ରତିନିଧି ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଇଜି ହାସିମୋଟୋଙ୍କୁ ଭେଟି ଏନଏସସି ଏବଂ ଓଡ଼ିଶା ସରକାରଙ୍କ ସହଯୋଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି |






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..