ରିପୋର୍ଟ କାର୍ଡ / ଭୁବନେଶ୍ବର
କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଜାଲରେ ଫୁଲବାଣୀ ଏସବିଆଇର ଡେପୁଟି ମ୍ୟାନେଜର। ୮ କୋଟି ଟଙ୍କା ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ଡେପୁଟି ମ୍ୟାନେଜର ଆଶୁତୋଷ ଆଚାର୍ଯ୍ୟଙ୍କୁ କଟକରୁ ଗିରଫ କରିଛି ଇଓଡବ୍ଲୁ। ତାଙ୍କ ବିରୋଧରେ ୪୦୯, ୪୨୦, ୪୬୭, ୪୬୮,୪୭୧ ଓ ୧୨୦ବି ଧାରାରେ ମାମଲା କରାଯାଇଛି। ବ୍ୟାଙ୍କର ରିଜିଓନାଲ ମ୍ୟାନେଜର ଏ ନେଇ ଇଓଡବ୍ଲୁରେ ଅଭିଯୋଗ କରିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୋଲିସ । ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ଦେବା ନାଁରେ ୮ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ରହିଛି। ଡେପୁଟି ମ୍ୟାନେଜର ଆଶୁତୋଷ ଆଚାର୍ଯ୍ୟ ନକଲି କାଗଜପତ୍ର ଜରିଆରେ ୫୯ ଜଣଙ୍କୁ ଋଣ ଦେଇଥିବା ନେଇ ଅଭିଯୋଗ ହୋଇଛି। ସେ ନିଜର ସଂପର୍କୀୟ ଓ ପରିଚିତ ଲୋକଙ୍କୁ ୮ କୋଟି ୧ ଲକ୍ଷ ୮୭ ହଜାର ଟଙ୍କା ଋଣ ଦେଇଥିବା ଜଣାଯାଇଛି। ୨୦୨୧ ସେପ୍ଟେମ୍ବରରୁ ୨୦୨୨ ସେପ୍ଟେମ୍ବର ମଧ୍ୟରେ ହୋଇଛି ଏହି ଠକେଇର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ଜଣାଯାଇଛି।ଅଭିଯୁକ୍ତ ଡେପୁଟି ମ୍ୟାନେଜରଙ୍କ ଅନୁମୋଦନ କ୍ରମେ ୫୯ ଲୋକଙ୍କୁ ଋଣ ଦିଆଯାଇଥିଲା।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..