Report Card Odisha

| Daily Odia News

୪ ଜିଲ୍ଲାରେ କୁଆପଥର ବର୍ଷା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ରାଜ୍ୟର ୪ ଜିଲ୍ଲାରେ ଝଡ଼ପବନ ସହ ବିଜୁଳି, ଘଡ଼ଘଡ଼ି ବର୍ଷା ହେବ। ଏହି ଜିଲ୍ଲା ଗୁଡିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା ଓ କନ୍ଧମାଳ‌ରହିଛି । ଏଥିପାଇଁ ଏହି ୪ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆଜି ଏହି ୪ ଜିଲ୍ଲା ବ୍ୟତୀତ ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ୮ ତାରିଖ ଦିନ ମଧ୍ୟ ରାଜ୍ୟର ୧୧ ଜିଲ୍ଲାରେ ଝଡ଼ବ‌ର୍ଷାର ସମ୍ଭାବନାକୁ ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ରାଜ୍ୟରେ କାଁ ଭାଁ କାଳବୈଶାଖୀ ସମ୍ଭାବନା ରହିଛି। କିନ୍ତୁ ଦିନରେ ପ୍ରବଳ ଖରା ଜାରି ରହିବ। ଆସନ୍ତା‌ ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଖରା, ତାତି ଆଜି ଭଳି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ପା‌ଣିପ‌ାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି। ଶୁକ୍ରବାର ଦିନ ରାଜଧାନୀର ପାଗ ଆଂଶିକ ମେଘୁଆ ରହିବ। ଅପରାହ୍‌ଣ ଆଡ଼କୁ ହାଲୁକା ବର୍ଷା ମଧ୍ୟ ହୋଇପାରେ। ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରି ଓ ସର୍ବନିମ୍ନ ୨୫ଡିଗ୍ରି ମଧ୍ୟରେ ରହିବ।

Breaking News