Report Card Odisha

| Daily Odia News

ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ପରିଶ୍ରମ ଅନୁସାରେ ଫଳ ପାଇବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ବୁଧବାର ଓ ଗୁରୁବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ନୂତନ ବନ୍ଧୁ ଲାଭ ହେବ। ଶୁକ୍ରବାର ଓ ଶନିବାର ଲାଭବାନ ହେବେ। ଦୂରଦେଶକୁ ଯାତ୍ରା କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଅପମାନିତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ର ଓ ବ୍ୟବସାୟରେ ଲାଭବାନ ହେବେ। ମାନସିକ ବିଷାଦ ସୃଷ୍ଟି ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବ ସହସ୍ର ନାମ ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ନୂତନ ଯାନବାହନ କ୍ରୟ କରିପାରନ୍ତି। ପଡ଼ୋଶୀଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ। ମଙ୍ଗଳବାର ଓ ବୁଧବାର ଅସୁବିଧାର ସମ୍ମୁଖୀନ ହେ​‌େ​‌ବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ କିଛିଟା ପରିବର୍ତ୍ତନ ଆସିବ। ପାରିବାରିକ ଶାନ୍ତି ଦେଖାଦେବ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଲଳିତା ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର କର୍ମକ୍ଷେତ୍ରରେ ମଧ୍ୟମ ସଫଳତା ଲାଭ କରିବେ। ଆପୋଷ ବୁଝାମଣା ଦ୍ବାରା ସମସ୍ୟାର ସମାଧାନ ହେବ। ମଙ୍ଗଳବାର ଓ ବୁଧବାର ଅବିବାହିତାଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଲାଭବାନ ହେବେ। ବନ୍ଧୁଙ୍କ ସହିତ ସମୟ କଟିବ। ବୁଧବାର ଓ ଗୁରୁବାର ସମସ୍ୟାର ସମାଧାନ ପାଇଁ ବ୍ରତୀ ହେବେ। ମାଲିମକଦ୍ଦମାରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ ହେ​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ପାରିବାରିକ ଅଶାନ୍ତି ଦେଖାଦେବ। ଅପମାନିତ ହୋଇପାରନ୍ତି। ମଙ୍ଗଳବାର ଓ ବୁଧବାର ସନ୍ତାନହେତୁକ ସମସ୍ୟା ଦୂରୀଭୂତ ହେବ। ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳ ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବିଷ୍ଣୁ ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଆଇନ​‌ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିବେ। ମଙ୍ଗଳବାର ଓ ବୁଧବାର ଶତ୍ରୁଠାରୁ ଦୂରେଇ ରହିବା ଭଲ। ଆଘାତ ଲାଗିପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଆୟ ବୃଦ୍ଧି ହେବ। ପାରିବାରିକ ଶାନ୍ତି ଦେଖାଦେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦଚିତ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବଙ୍କର ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ଓ ସୋମବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ଅଯଥା ଖର୍ଚ୍ଚର ସମ୍ମୁଖୀନ ହେବେ। ଯାନବାହନ ଜନିତ ସମସ୍ୟା ଦେଖାଦେବ। ମଙ୍ଗଳବାର ଓ ବୁଧବାର ଜମିବାଡ଼ି ଗଣ୍ଡଗୋଳ ସମସ୍ୟାର ସମାଧାନ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମଙ୍ଗଳବାର ଓ ବୁଧବାର ବାକ୍‌ସଂଯମ ରକ୍ଷା କରନ୍ତୁ। ପାକସ୍ଥଳୀଜନିତ ସମସ୍ୟା ଦେଖାଦେଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟ କରି ସଫଳତା ଲାଭ କରିବେ। ପାରିବାରିକ ସହଯୋଗ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଜଗିରଖି ଚଳିବେ। ସ୍ତ୍ରୀଙ୍କ ସହ ମନାନ୍ତର ଦେଖାଦେବ। ମଙ୍ଗଳବାର ଓ ବୁଧବାର କର୍ମହେତୁକ ସମସ୍ୟା ଦୂର ହେବ। ଦୂରଦେଶକୁ ଯାତ୍ରା କରିପାରନ୍ତି। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଋଣମୁକ୍ତି ପାଇଁ ପ୍ରୟାସ କରିବେ। ବିଦେଶ ଯାତ୍ରା ପାଇଁ ପ୍ରୟାସ କରିବେ। ଜମିବାଡ଼ି କ୍ରୟ କରିପାରନ୍ତି। ମଙ୍ଗଳବାର ଓ ବୁଧବାର କର୍ମକ୍ଷେତ୍ରରେ ଅସହଯୋଗ ସୃଷ୍ଟି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମଅନୁସାରେ ଫଳ ପାଇବେ। ଆୟ ମଧ୍ୟମ ରହିବ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟରେ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କାଳୀ ସହସ୍ର ନାମ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର କ୍ୟାରିୟର ପ୍ରତି ଯତ୍ନଶୀଳ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ମଙ୍ଗଳବାର ଓ ବୁଧବାର ଚାହୁଁଥିବା ଦିଗରୁ ଅର୍ଥପ୍ରାପ୍ତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କରିବେ। ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।

Breaking News