Report Card Odisha

| Daily Odia News

ଆଜିଠାରୁ ସକାଳୁଆ ବିଦ୍ୟାଳୟ ଆରମ୍ଭ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମଙ୍ଗଳବାର ଠାରୁ ବିଦ୍ୟାଳୟରେ ସକାଳୁଆ ପାଠ ପଢ଼ା ଆରମ୍ଭ ହୋଇଛି।ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ସକାଳୁ ବିଦ୍ୟାଳୟ ଯାଇଛନ୍ତି । ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ସକାଳ ୭ରୁ ୧୧ଟା ୩୦ ଯାଏ ପାଠପଢ଼ା ହେବ। ବିଦ୍ୟାଳୟଗୁଡ଼ିକରେ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଇତ୍ୟାଦି ଯୋଗାଇ ଦେବା ପାଇଁ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ପର୍ଯ୍ୟାପ୍ତ ପାନୀୟ ଜଳ, ଓଆରଏସ ପ୍ୟାକେଟ ଏବଂ ଅନ୍ୟ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ୧୨ ତାରିଖକୁ ପୂର୍ଣ୍ଣ ଉପସ୍ଥାନ ଦିବସ ଭାବେ ପାଳନ କରାଯିବ। ସେହିଦିନ ନାମ ଲେଖାଇଥିବା ପିଲାଙ୍କୁ ଫୁଲ ଓ ଚନ୍ଦନ ଦେଇ ସ୍ବାଗତ କରାଯିବ। ସେମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ବଣ୍ଟନ କରାଯିବ। ଏହି କାର୍ଯ୍ୟକ୍ରମ ସମ୍ବନ୍ଧୀୟ ଫଟୋଚିତ୍ର ରାଜ୍ୟ ପ୍ରକଳ୍ପ ନିର୍ଦେଶକଙ୍କୁ ପଠାଇବାକୁ କୁହାଯାଇଛି।

Breaking News