ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗ୍ରୀଷ୍ଣ ପ୍ରବାହ ପାଇଁ ଆଜିଠାରୁ ୧୬ ତାରିଖ ଯାଏଁ ରାଜ୍ୟର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସ୍କୁଲ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରହିବ। ରାଜ୍ୟରେ ଜାରି ରହିଥିବା ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଗତ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଅଧିକରହିଛି। ତେଣୁ ଆଗକୁ ଆହୁରି ତାତି ବଢ଼ିବାର ଆଶଙ୍କାକୁ ଦେଖି ପଦକ୍ଷେପ ନିଆଯାଇଛିା ଏହାବ୍ୟତୀତ ନିରବଚ୍ଛିନ୍ନ ପାନୀୟ ଜଳ ଏବଂ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..