ରିପୋର୍ଟ କାର୍ଡ / ଭୁବନେଶ୍ୱର
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପି ଟଙ୍କଧର ତ୍ରିପାଠୀଙ୍କ ନାଁ ଘୋଷଣା କରିଛି । ଏନେଇ ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି। ପ୍ରଥମେ ବିଜେଡି ଏବଂ ପରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ବିଜେପିରୁ ପ୍ରାର୍ଥୀ ମଧ୍ୟ ଘୋଷଣା କରିଛନ୍ତି | ଟଙ୍କଧର ବିଜେପି ଯୁବ ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଓଡ଼ିଶା ରାଜ୍ୟର ସାଧାରଣ ସମ୍ପାଦକ ତଥା ରାଜ୍ୟ ବିଜେପି ଯୁବ ମୋର୍ଚ୍ଚାର ସଭାପତି ଭଳି ଗୁରୁତ୍ବପୂର୍ଣ୍ଣ ପଦରେ ଦାୟିତ୍ବ ନିର୍ବାହ କରିଥିଲେ|






More Stories
ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ୍…..
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..