ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ | ଓଡ଼ିଆମାନେ ଆଜିର ଦିନକୁ ନୂଆ ବର୍ଷ ଭାବେ ପାଳନ କରନ୍ତି। ଆଜିଠାରୁ ବୈଶାଖମାସ ଆରମ୍ଭ | ପାଞ୍ଜି ଗଣନାରେ ବିଷୁବ ସଂକ୍ରାନ୍ତିର ବିଶେଷତ୍ୱ ହେଲା, ଏହିଦିନ ସୂର୍ଯ୍ୟ ଖଗୋଳ ପଥରେ ଯେଉଁ କଳ୍ପିତ ବିନ୍ଦୁରେ ପହଞ୍ଚନ୍ତି ତାହା ପୃଥିବୀର ଠିକ୍ ମଧ୍ୟଭାଗରେ ଥିବା ବିଷୁବ ରେଖା ଉପରେ ଅବସ୍ଥିତ। ପଣା ସଂକ୍ରାନ୍ତି ଅବସରରେ ପ୍ରତିଟି ଓଡ଼ିଆଙ୍କ ଘରେ ବିଭିନ୍ନ ପଣା ପ୍ରସ୍ତୁତ କରାଯାଇଥାଏ। ବୃନ୍ଦାବତୀ ମୂଳରେ ଠେକି ବାନ୍ଧି ପଣା ପୂଜା କରାଯାଏ। ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଆଜି ମଧ୍ୟ ମହାବୀର ହନୁମାନଙ୍କ ଜୟନ୍ତୀ। ବୀର ବଜରଙ୍ଗଙ୍କ ଜନ୍ମତ୍ସୋବ ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।






More Stories
ସତର୍କ ରହିବା ଭଲ…..
ସତର୍କତାର ସହ ଚଳିବାକୁ ପଡ଼ିବ…..
ଶୁଭ ଫଳ ମିଳିବ…..