ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଓଡ଼ିଶାବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍ କହିଛନ୍ତି, ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ବତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା। ନୂଆ ବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ ଆପଣଙ୍କ ସମସ୍ତ ଇଚ୍ଛା ପୂରଣ ହେଉ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..