ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ମାସ ୧୦ ତାରିଖରେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନକୁ ନେଇ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ନିଜ ନିଜର ପ୍ରଚାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ।ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ପ୍ରାର୍ଥିପତ୍ର ଦାଖଲ ସମୟରେ ତାଙ୍କ ସହିତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା ପ୍ରସାଦ ବାହିନୀପତି, ସୁରେଶ କୁମାର ରାଉତରାୟ ଓ ନିକଟରେ ଦଳରେ ଯୋଗ ଦେଇଥିବା ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ | ଆସନ୍ତା ୧୮ ତାରିଖରେ ଦିପାଳୀ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡ଼ିଛି । ଆସନ୍ତା ୨୦ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କୁ ନାମାଙ୍କନ ପତ୍ର ଦାଖଲ କରିବାକୁ ପଡ଼ିବ । ଏହାପରେ ୨୧ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ରେ ପ୍ରତ୍ୟାହାର ତାରିଖ ରହିଛି । ମେ ୧୦ରେ ଭୋଟ ଗ୍ରହଣ ହେଉଥିବା ବେଳେ ୧୩ରେ ଫଳାଫଳ ଘୋଷଣା କରାଯିବ ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..