Report Card Odisha

| Daily Odia News

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୦ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଗ୍ରୀଷ୍ମ ପ୍ରବାହରୁ ମିଳିବ ଅସ୍ବସ୍ତି | ଆଜି ଠାରୁ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଗତ କିଛି ଦିନ ହେବ ଯେଉଁ ଶୁଷ୍କ ପବନ ପ୍ରବାହିତ ହେଉଥିଲା ତା’ର ଦିଗରେ ଧୀରେ ଧୀରେ ପରିବର୍ତ୍ତନ ହେଉଛି । ତେବେ ଗୁରୁଚାପ ବଳୟ; ଯାହା ବଙ୍ଗୋପସାଗରର ଦକ୍ଷିଣକୁ ଥିଲା ତାହା ଧୀରେ ଧୀରେ ଓଡ଼ିଶା ମୁହାଁ ହୋଇଛି । ଫଳରେ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରୁ ଯେଉଁ ଶୁଷ୍କ ବାୟୁ ପ୍ରବାହିତ ହେଉଥିଲା, ତା’ର ପ୍ରଭାବ ଧୀରେ ଧୀରେ କମିବ । ତେବେ ଜଳୀୟବାଷ୍ପପୂର୍ଣ ବାୟୁ ଆସିଲେ ଏହି ତାପମାତ୍ରା ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଶ୍ରୀ ଦାଶ କହିଛନ୍ତି ଯେ ୧୬ ତାରିଖ ପୂର୍ବାହ୍ନ ସୁଦ୍ଧା ରାଜ୍ୟର କିଛି ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିବ । ମାତ୍ର ପରେ ପାଗରେ ପରିବର୍ତ୍ତନ ଘଟିବ। ୧୭ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ବୋଲି ସେ କହିଛନ୍ତି । ସେହିପରି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୧୬ ତାରିଖ ପୂର୍ବାହ୍ନ ପରଠାରୁ ୧୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ କେନ୍ଦୁଝରର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।ତେଣୁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ସେହିପରି ଏହି ସମୟରେ ରାଜ୍ୟର ଅନ୍ୟ ଜିଲ୍ଲାରେ ପାଗ ଶୁଖୁଲା ରହିବ ।

Breaking News