ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତ ଆସିବେ ପାକିସ୍ତାନର ବିଦେଶ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ | ଆସନ୍ତା ୪ ଓ ୫ ତାରିଖରେ ଗୋଆରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ବୈଠକରେ ଯୋଗଦେବା ପାଇଁ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜର୍ଦାରୀ ଭାରତ ଗସ୍ତରେ ଆସିବେ। ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି । ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ସମାରୋହ ପରେ କୌଣସି ପାକିସ୍ତାନୀ ନେତାଙ୍କ ଏହା ପ୍ରଥମ ଭାରତ ଗସ୍ତ ହେବ। ପାକିସ୍ତାନର ତତ୍କାଳୀନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ଦିଲ୍ଲୀ ଆସିଥିଲେ। ଗତ ଡିସେମ୍ବର ମାସରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂପର୍କରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଥିଲେ ଭୁଟ୍ଟୋ।






More Stories
ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି ଜଗ୍ ଲଡକି…..
ରାଜନୀତିରେ କେବେ ପୂର୍ଣ୍ଣଚ୍ଛେଦ ପଡ଼ିନଥାଏ…..
ଦିଲ୍ଲୀ ସାଧନଗରରେ ଅଗ୍ନିକାଣ୍ଡ:୩ ଜଣ ଶିଶୁଙ୍କ ସମେତ ୭ ମୃତ…..