ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବିଜୟ ପଟ୍ଟନାୟକଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଏନେଇ ଏଆଇସିସି ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ରାଜ୍ୟ କଂଗ୍ରେସର ୨୭ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି। କମିଟିରେ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଭକ୍ତ ଦାସ, ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖଙ୍କୁ ସ୍ଥାନିତ କରାଯାଇଛି । ସେହିପରି ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ, ବିଜୟ ପଟ୍ଟନାୟକ (ବି) ଚିରଞ୍ଜୀବ ବିଶ୍ବାଳ , ପଞ୍ଚାନନ କାନୁନଗୋ, ସାଂସଦ ସପ୍ତଗିରି ଉଲାକା , ବିଧାୟକ ସନ୍ତୋଷ ସିଂ ସାଲୁଜା ମଧ୍ୟ ସାମିଲ ହୋଇଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..