ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅକାଳୀ ଦଳର ପ୍ରତିଷ୍ଠାତା ପ୍ରକାଶ ସିଂହ ବାଦଲଙ୍କର ପରଲୋକ ଘଟିଛି | ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ରବିବାର ଅସୁସ୍ଥତା କାରଣରୁ ବାଦଲଙ୍କୁ ମୋହାଲିର ଗୋଟିଏ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ଉକ୍ତ ହସ୍ପିଟାଲରେ ହିଁ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ସେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିଥିଲେ। ଏଥିପାଇଁ ତାଙ୍କ ହସ୍ପିଟାଲ ନିଆଯାଇଥିଲା। ସେଠାରେ ସେ ଆଇସିୟୁରେ ରହିଥିଲେ। ଡାକ୍ତରମାନେ ତାଙ୍କୁ ବଞ୍ଚାଇବା ପାଇଁ ବହୁତ ଚେଷ୍ଟା କରିଥିଲେ ହେଁ ଆଜି ସନ୍ଧ୍ୟା ୮.୨୮ରେ ସେ ଚିରନିଦ୍ରାରେ ଶୋଇ ଯାଇଛନ୍ତି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..