Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ କିରାଣୀ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ। ଜଣେ ଶିକ୍ଷକଙ୍କର ବକେୟା ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କନିଷ୍ଠ କିରାଣୀ ମାନସ ଧଳ | ସୂଚନା ଅନୁଯାୟୀ, ଏକ ବର୍ଷରୁ ଅଧିକ ସମୟ ଧରି ତାଙ୍କ ବକେୟା ଦରମା ପ୍ରଦାନ କରିବା ପାଇଁ ଅଭିଯୋଗକାରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଯାଇ ନିବେଦନ କରୁଥିଲେ। ହେଲେ ସେଠାରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ଧଳ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ଦେଲେ ବକେୟା ଦରମା ମିଳିବ ବୋଲି କହିଥିଲେ। ଏହାପରେ ଅଭିଯୋଗକାରୀ ଶିକ୍ଷକ କଟକ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଜି କନିଷ୍ଠ କିରାଣୀ ମାନସ ଧଳ ଶିକ୍ଷକଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା। ଘଟଣାସ୍ଥଳରୁ ଲାଞ୍ଚ ଅର୍ଥ ଜବତ ହୋଇଛି। ଏହି ମାମଲାରେ ଅନ୍ୟ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

Breaking News