ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଣ୍ଡିଆ ପୋଷକ ତତ୍ତ୍ୱ ଭରପୂର ରହିଛି। ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ପିଲାଙ୍କୁ ସ୍ବାସ୍ଥ୍ୟକର ଓ ନିରାପଦକୁ ଦୃଷ୍ଟିରେ ରଖି ମଧ୍ୟାହ୍ନ ଭୋଜନ ଦିଆଯାଏ। ଏହି ମଧ୍ୟାହ୍ନ ଭୋଜନ ତାଲିକାରେ ପୋଷଣଯୁକ୍ତ ଖାଦ୍ୟକୁ ସାମିଲ କରିବା ପାଇଁ ଏଥର ମାଣ୍ଡିଆକୁ ସାମିଲ କରିବା ପାଇଁ ନିଷ୍ପତି ନିଆଯାଇଛି । କେନ୍ଦ୍ର ସରକାରଙ୍କ ପିଏମ୍-ପୋଷଣ, ୟୁଏନ୍ ୱାର୍ଲଡ୍ ଫୁଡ୍ ପ୍ରୋଗ୍ରାମ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମିଳିତ ସହଯୋଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପିଲାଙ୍କୁ ପୋଷଣଯୁକ୍ତ ଖାଦ୍ୟ ଯୋଗାଇବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ସ୍କୁଲ୍ ଯାଉଥିବା ପିଲାଙ୍କ ପାଇଁ ପୋଷଣଯୁକ୍ତ ଖାଦ୍ୟର ଆବଶ୍ୟକତା ରହିଛି। ଓଡ଼ିଶାର ପ୍ରତ୍ୟେକ ପିଲାଙ୍କୁ ସୁଷମ ଖାଦ୍ୟ ଯୋଗାଇଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର, ୱାର୍ଲଡ୍ ଫୁଡ୍ ପ୍ରୋଗ୍ରାମ୍ ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିଆସୁଛନ୍ତି ।






More Stories
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା……
ମା’କୁ ଜାଳିଦେଲେ ପୁଅ…..