ରିପୋର୍ଟ କାର୍ଡ / ଜଗତସିଂହପୁର
ରାଉରକେଲାର ପୂର୍ବତନ ତହସିଲଦାର ତଥା ବର୍ତ୍ତମାନ ଜଗତସିଂହପୁର ଜିଲ୍ଲା ଏରସମାର ବିଡିଓ ଥିବା କୈଳାସ ଚନ୍ଦ୍ର ବେହେରାଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୋଳ ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତି। ଏହା ସହିତ ତାଙ୍କୁ ୫ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ୨୦୧୯ରେ ଜଣେ ବ୍ୟକ୍ତିଙ୍କ ଲିଜ୍ ଜମିକୁ ପ୍ରତ୍ୟାହାର କରି ନନେବା ତଥା ତାଙ୍କ ବିରୋଧରେ କୌଣସି ପ୍ରକାର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କୈଳାସ ଚନ୍ଦ୍ର ବେହେରା ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ଅଭିଯୋଗକାରୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସେହିପରି ଖୋର୍ଦ୍ଧା ଜିଲ୍ଲା ଜଟଣୀ ପୌରପାଳିକାର ପୂର୍ବତନ ଆକାଉଣ୍ଟାଣ୍ଟ ଶରତ କୁମାର ଦାଶଙ୍କୁ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତି ୪ ବର୍ଷ ଜେଲଦଣ୍ଡା ଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅର୍ଥ ନ ଦେଲେ ତାଙ୍କୁ ଆଉ ୨ ମାସ ଜେଲରେ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..