ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୦ ତାରିଖରେ ରାଜ୍ୟର ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବା ସହ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି । ରାଜ୍ୟରେ ପ୍ରଥମ ଥର ପାଇଁ ଏକ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି । ଝାରସୁଗୁଡ଼ା ଉପନିର୍ବାଚନ ସମୟରେ ନିର୍ବାଚନ ମଣ୍ଡଳୀର ସମସ୍ତ ବୁଥମାନଙ୍କରେ ସିଧାସଳଖ ୱେବକାଷ୍ଟିଂ କରାଯିବ । ଜିଲ୍ଲାରେ ଏବେ ଆଇନ ଶୃଙ୍ଖଳା ପରିସ୍ଥିତି ଠିକ୍ ରହିଥିବା ବେଳେ ୪୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି । ତେବେ ବୁଥରେ ୱେବକାଷ୍ଟିଂ କରାଯିବା ଫଳରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏହାକୁ ଦେଖି ପାରିବେ । ଦୁଇ ଦଳ ବିଜେଡି ଓ ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ କରିଥିବା ବେଳେ ଏହାର ତଦନ୍ତ ଚାଲିଛି । ନିର୍ବାଚନ କିପରି ସଠିକ୍ ଭାବେ ପରିଚାଳନା କରାଯିବ ସେନେଇ ଜିଲ୍ଲାପାଳ ଓ ଏସପିଙ୍କ ସହିତ ଆଲୋଚନା ଚାଲିଥିବା ଶ୍ରୀ ଧଳ କହିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..