Report Card Odisha

| Daily Odia News

ରାଶିଫଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ରବିବାର ଓ ସୋମବାର ଜଗିରଖି ଚଳିବେ। ଦୂରଯାତ୍ରା କରିବା ଉଚିତ୍‌ ନୁହେଁ। ପାକସ୍ଥଳୀ ଜନିତ ସମସ୍ୟା ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଆୟ ବୃଦ୍ଧି ଘଟିବ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପଢ଼ନ୍ତୁ।
ବୃଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପ୍ରାପ୍ତ କରିବେ। ଆୟ ବୃଦ୍ଧି ଘଟିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ଶୁକ୍ରବାର ଓ ଶନିବାର ବନ୍ଧୁ ସହଯୋଗ ଲାଭ କରିବେ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଲକ୍ଷ୍ମୀଙ୍କ ପୂଜା କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଶତ୍ରୁଠାରୁ ଦୂରେଇ ରହିବା ଭଲ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ର ପ୍ରତିଷ୍ଠା ଆଣିଦେବ। ଯଶ, ମାନ, ଗୌରବ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିପାରନ୍ତି। ଆୟ ମଧ୍ୟମ ରହିବ। ପାରିବାରିକ ଅଶାନ୍ତିର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ମା’ ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର କର୍ମ ପ୍ରବଣତା ଆପଣଙ୍କର ଭୂଷଣ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଶୁକ୍ରବାର ଓ ଶନିବାର ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ସ୍ତ୍ରୀଙ୍କ ସହଯୋଗ ଲାଭ କରିବେ। ମାଲିମକଦ୍ଦମାର ଫଏସଲା ହେବ। ମହିଳା ଓ ବିଦ୍ୟାର୍ଥୀମାନେ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକୁଶଳୀ ହେବେ। ଆର୍ଥିକ ଅନଟନ ଦୂରୀଭୂତ ହେବ। ବୁଧବାର ଓ ଗୁରୁବାର ସମୟର ଅନୁକୂଳତା ଅନୁଭବ କରିବେ। କର୍ମ ଅନୁରୂପ ଫଳପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତର ସମ୍ମୁଖୀନ ହେବେ। ବିବାଦମାନ ପରିସ୍ଥିତିରେ ଅଯଥା ହସ୍ତକ୍ଷେପ ଫଳରେ ଅପମାନିତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୂର୍ଯ୍ୟାଷ୍ଟକ ପାଠ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟର ଅନୁକୂଳତା ଆପଣଙ୍କୁ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା କରାଇବ। ବୁଧବାର ଓ ଗୁରୁବାର ପାରିବାରିକ ଆନନ୍ଦ ଲାଭ କରିବେ। ଋଣମୁକ୍ତ ପାଇଁ ବ୍ୟବସ୍ଥା କରିବେ। ଶୁକ୍ରବାର ଓ ଶନିବାର ଧାର୍ମିକ ଚିନ୍ତାଧାରାଯୁକ୍ତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ପ୍ରତିଟି କ୍ଷେତ୍ରରେ ସାବଧାନତା ଲୋଡ଼ା। ବାକ୍‌ସଂଯମତା ଶିକ୍ଷା କରନ୍ତୁ, ନଚେତ୍‌ ଅସୁବିଧାରେ ପଡ଼ିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଭାଇଙ୍କ ସହଯୋଗରେ କାର୍ଯ୍ୟରେ ସଫଳତା ପ୍ରାପ୍ତ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବଙ୍କୁ ପୂଜା କରନ୍ତୁ।
ବିଛା: ରବିବାର ଓ ସୋମବାର ପ୍ରେମରେ ସଫଳତା ଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ପାରବାରିକ ସମସ୍ୟା ଆପଣଙ୍କୁ ଭାରାକ୍ରାନ୍ତ କରିବେ। ଶୁକ୍ରବାର ଓ ଶନିବାର ପରିସ୍ଥିତିରେ ପରିବର୍ତ୍ତନ ଆସିବ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ଲାଭ କରିବେ। ଆୟ ବୃଦ୍ଧି ଘଟିବ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତ ମିଳିପାରେ। ସମସ୍ୟା ଦୂରୀଭୂତ ପାଇଁ ପ୍ରୟାସ କରିବେ। ଶୁକ୍ରବାର ଓ ଶନିବାର ଶତ୍ରୁତାର ସମ୍ମୁଖୀନ ହୋଇପାରନ୍ତି। ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପଢ଼ନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମାନୁରାଗୀ ହେବେ। ପଦୋନ୍ନତି ମିଳିପାରେ। ବୁଧବାର ଓ ଗୁରୁବାର ଶତ୍ରୁ ପରାସ୍ତ ହେବ। ଦୂରଯାତ୍ରା ସଫଳତା ପ୍ରଦାନ କରିବ। ଆଇନ୍‌ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିବେ। ଶୁକ୍ରବାର ଓ ଶନିବାର ପ୍ରୀତିଲାଭ ହେବ। ଅବିବାହିତ ପୁରୁଷ ଓ କନ୍ୟାଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ମହିଳା ଓ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ କାଳୀଙ୍କ ଆରାଧନା କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଜଗିରଖି ଚଳିବେ। ଆଘାତ ପ୍ରାପ୍ତ ହୋଇପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସନ୍ତାନ ହେତୁକ ସମସ୍ୟା ଦୂର କରିବାକୁ ଚେଷ୍ଟା କରିବେ। ଧନ ଲାଭ ହେବ। ଶୁକ୍ରବାର ଓ ଶନିବାର ଯାନବାହନ ଜନିତ ସମସ୍ୟା ଦେଖାଦେଇପାରେ। ଖର୍ଚ୍ଚାନ୍ତର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀମାନେ ମଧ୍ୟମ ଫଳପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ଭ୍ରାତୃବିବାଦର ସମାଧାନ ହେବ। ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଅବଲମ୍ବନ କରିବା ଉଚିତ। ଅସୁସ୍ଥତା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତ ମିଳିବାର ସମ୍ଭାବନା ରହିଛି। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦୁର୍ଗାଙ୍କର ଆରାଧନା କରନ୍ତୁ।

Breaking News