ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ଓଡ଼ିଶା ଆସୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଦିନ ପ୍ରାୟ ୧୨ଟାରେ ନୀତୀଶ ନବୀନ ନିବାସ ଆସି ନବୀନଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ବିଜେପି ବିରୋଧୀ ମେଣ୍ଟ ପାଇଁ ନୀତୀଶ କୁମାର ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ସମାଜବାଦୀ ପାର୍ଟିର ନେତା ଅଖିଳେଶ ଯାଦବ, ବାମପନ୍ଥୀ ନେତା ସୀତାରାମ ୟେଚୁରୀ ଓ ଡି. ରାଜାଙ୍କୁ ସାକ୍ଷାତ କରିସାରିଛନ୍ତି।






More Stories
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..