ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ମନ୍ତ୍ରିମଣ୍ଡଳ ଅଦଳବଦଳ ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଗତକାଲି ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ | ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ପଠିଥିଲେ | ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି। ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି। ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି। ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଏହି ଆସନରେ ବସିଥିଲେ ବିକ୍ରମ କେଶରୀ ଆରୁଖ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..