ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ। ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ବୈଠକରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ। ସଂସ୍କୃତି କ୍ଷେତ୍ରରେ ଦେଖା ଦେଇଥିବା ଗମ୍ଭୀର ସମସ୍ୟା ଉପରେ ବିଚାରବିମର୍ଶ କରିବା ଲାଗି ଏହି ବୈଠକ ଏକ ମଞ୍ଚ ଯୋଗାଇ ଦେବ। ଏଥିପୂର୍ବରୁ ମଧ୍ୟପ୍ରଦେଶର ଖଜୁରୋହୋଠାରେ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଆୟୋଜିତ ହୋଇଥିଲା। ଏହାପରେ ଦୁଇମାସ ଧରି ବିଶେଷଜ୍ଞମାନଙ୍କ ଦ୍ୱାରା ବୈଶ୍ୱିକ ବିଷୟବସ୍ତୁ ଉପରେ ଆଧାରିତ ୱେବିନାରରେ ବ୍ୟାପକ ବିଚାରବିମର୍ଶ କରାଯାଇଥିଲା। ଏଥିରୁ ପ୍ରାପ୍ତ ପରିଣାମକୁ ଆଗକୁ ବଢ଼ାଇବା ଉପରେ ଦ୍ୱିତୀୟ ସଂସ୍କୃତି କାର୍ଯ୍ୟଗୋଷ୍ଠୀରେ ଗୁରୁତ୍ୱାରୋପ କରାଯିବ। ଭାରତର ଜି୨୦ ଅଧ୍ୟକ୍ଷତାର ସଂସ୍କୃତି ଟ୍ରାକ୍ ଅଧୀନରେ ପରିକଳ୍ପନା କରାଯାଇଥିବା ୪ଟି ପ୍ରମୁଖ ପ୍ରାଥମିକତା କ୍ଷେତ୍ର ଉପରେ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ବୈଠକରେ ଧ୍ୟାନ ଦିଆଯାଇଛି। ଏହି ଚାରିଟି ପ୍ରାଥମିକତା କ୍ଷେତ୍ର ହେଲା : ସାଂସ୍କୃତିକ ସମ୍ପତ୍ତିର ସଂରକ୍ଷଣ ଏବଂ ପୁନଃପ୍ରତିଷ୍ଠା; ଦୀର୍ଘସ୍ଥାୟୀ ଭବିଷ୍ୟତ ପାଇଁ ଜୀବନ୍ତ ଐତିହ୍ୟର ଉପଯୋଗ; ସଂସ୍କୃତି ଏବଂ ସୃଜନଶୀଳ ଉଦ୍ୟୋଗ ଓ ଅର୍ଥବ୍ୟବସ୍ଥାର ପ୍ରୋତ୍ସାହନ ଏବଂ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଡିଜିଟାଲ ପ୍ରଯୁକ୍ତିର ଉପଯୋଗ।






More Stories
ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ….
୨ରେ ଲଘୁଚାପ…..
ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି:୧୦୮ ଗରା ଜଳରେ କରିବେ ସ୍ନାନ…..