ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି କର୍ଣ୍ଣାଟକାରେ ସୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଦରମେୟା । ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଏହି ଭବ୍ୟ ସମାରୋହ ଅନୁଷ୍ଠିତ ହେବ | ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ନେବେ। ଆଜି ଶପଥ ଗ୍ରହଣ ସମାରୋହରେ ପ୍ରାୟ ୨୫ରୁ ୨୮ ମନ୍ତ୍ରୀ ଶପଥ ନେବେ ବୋଲି ଜଣାଯାଇଛି। ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧି, ଉଭୟ ରାହୁଲ ଓ ପ୍ରିୟଙ୍କା ଗାନ୍ଧି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଏହାବାଦ କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ମେଣ୍ଟ ସରକାରଙ୍କୁ ମଧ୍ୟ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି ।






More Stories
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..