ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆହୁରି ଦୁଇ-ତିନି ଦିନ ପର୍ଯ୍ୟନ୍ତ ସ୍ଥିତି ଏହିଭଳି ଅପରିବର୍ତ୍ତିତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର ର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ସେହିପରି କେନ୍ଦୁଝର, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିର କେତେକ ଅଞ୍ଚଳରେ କାଳବୈଶାଖୀ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……