ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୁପ୍ରିମକୋର୍ଟରେ ପହଞ୍ଚିଲା ନୂଆ ସଂସଦ ଭବନ ଉଦଘାଟନ ମାମଲା । ନୂଆ ସଂସଦ ଭବନ ସେଣ୍ଟ୍ରାଲ ଭିଷ୍ଚାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦଘାଟନ କରନ୍ତୁ ବୋଲି ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି । ଉଦଘାଟନୀ ଉତ୍ସବକୁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ ନକରି ସଂସଦର ଲୋକସଭା ସଚିବ ସାମ୍ବିଧାନିକ ନିୟମ ଭଙ୍ଗ କରିଛନ୍ତି । ଏନେଇ ସୁପ୍ରିମକୋର୍ଟ ଲୋକସଭା ସଚିବାଳୟ ଓ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଦାବି କରି ଗୋଟିଏ ଜନସ୍ୱାର୍ଥ ମାମଲା(ପିଆଇଏଲ) ଦାଖଲ କରାଯାଇଛି। ଆସନ୍ତା ସପ୍ତାହରେ ନୂଆ ସଂସଦ ଭବନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ୧୯ଟି ବିରୋଧୀ ଦଳ ଏହାକୁ ବିରୋଧ କରି ଉଦଘାଟନୀ କାର୍ଯ୍ୟକ୍ରମକୁ ବୟକଟ କରିଛନ୍ତି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..