ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ମେ’ ୩୦ କିମ୍ବା ୩୧ତାରିଖରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ତେଣେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..