ରିପୋର୍ଟ କାର୍ଡ / ଭୁବନେଶ୍ୱର
କୁଆଖାଇ ନଦୀରେ ବୁଡ଼ି ଯାଇ ୨ ଇଞ୍ଜିନିୟରିଂ ଛାତ୍ର ମୃତ୍ୟୁ ହୋଇଛି। ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ଶନିବାର ଗାଧୋଇବାକୁ ଯାଇଥିବାବେଳେ ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଇନ୍ଦ୍ରପାଲ ନିକଟରେ ୨ ଇଞ୍ଜିନିୟରିଂ ଛାତ୍ର ବୁଡ଼ିଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ବାଲିପାଟଣା ଅଗ୍ନିଶମ କର୍ମଚାରୀ ଦୀର୍ଘ ସମୟର ଖୋଜାଖୋଜି ପରେ ଦୁଇଜଣଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ପରବର୍ତ୍ତି ସମୟରେ ଡାକ୍ତର ଉଭୟ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ।ମୃତକ ଦୁଇ ଛାତ୍ର ହେଲେ ତମାଣ୍ଡୋର ସ୍ମୃତି ସୌରଭ ପ୍ରଧାନ ଓ ରେଙ୍ଗାଲିର ସତ୍ୟଜିତ ଦାସ ବୋଲି ଚିହ୍ନଟ କରାଯାଇଛି।






More Stories
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..
ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ!…..