ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି କ୍ୟାବିନେଟ ବୈଠକରେ ନୂଆ ଯୋଜନା ‘ମୋ ଘର’କୁ ମିଳିଛି ମଞ୍ଜୁରୀ । ଏହି ଯୋଜନାରେ ହିତାଧିକାରୀ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସର୍ବାଧିକ ବ୍ୟାଙ୍କଋଣ ପାଇପାରିବେ । ଦଶ ବର୍ଷ ମଧ୍ୟରେ ଋଣ ପରିଶୋଧ କରିବାର ସୁବିଧା ରହିଛି । ୧ ଲକ୍ଷ ଋଣ କଲେ ସାଧାରଣ ବର୍ଗଙ୍କୁ ୩୦, ST/SCଙ୍କୁ ୪୦ ହଜାର ସବସିଡି । ଜଣେ ହିତାଧିକାରୀ ଅତି କମରେ ୧ ଲକ୍ଷ, ଦେଢ ଲକ୍ଷ, ୨ଲକ୍ଷ ଏବଂ ୩ଲକ୍ଷ ଟଙ୍କା ଋଣ ପାଇପାରିବେ । ଦେଢ଼ ଲକ୍ଷରେ ୪୫ ଓ ୫୫ ହଜାର, ୨ ଓ ୩ ଲକ୍ଷରେ ୬୦ ଓ ୭୦ ହଜାର ସବସିଡି ପାଇବେ । ପ୍ରଥମ ବର୍ଷକୁ ବାଦ୍ ଦେଇ ବାକି ୧୦ ବର୍ଷ ମଧ୍ୟରେ ଋଣ ପରିଶୋଧ କରିପାରିବେ । କଚ୍ଚା ଘର ଥିଲେ କିମ୍ବା ଗୋଟିଏ ବଖରା ଛାତ ଘର ଥିଲେ ହିତାଧିକାରୀ ପାଇପାରିବେ ଋଣ । ପରିବାରର ମାସିକ ଆୟ ୨୫ ହଜାରରୁ କମ୍ ଥିଲେ ଋଣ ପାଇବେ । ୫ ଏକର ଜଳସେଚିତ, ୧୫ ଏକର ଅଣଜଳସେଚିତ ଜମିରୁ କମ୍ ଥିଲେ ମଧ୍ୟ ମିଳିବ ଋଣ । ଋଣ ପାଇବାକୁ ସ୍ୱତନ୍ତ୍ର ୱେବସାଇଟରେ ଜୁନ୍ ୧୬ରୁ ଆବେଦନ ଆରମ୍ଭ ହେବ । ହିତାଧିକାରୀ ଇଛା କଲେ ୧୦ ବର୍ଷ ପୂର୍ବରୁ ଋଣ ପରିଶୋଧ କରିପାରିବେ । ଆସନ୍ତା ଜୁନ୍ ୧୬ ତାରିଖରୁ ଆବେଦନ ଗ୍ରହଣ କରାଯିବ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..