ରିପୋର୍ଟ କାର୍ଡ / ଭୁବନେଶ୍ଵର
ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରିଛି । ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା ଜଣାପଡ଼ିଛି। ଆୟ ବିଭାଗର ୨ ଟିମ୍ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଆୟ ବିଭାଗ ବନେଇକଳା ଛକରେ ଥିବା ଖଣି ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମୋବାଇଲ ଫୋନ୍ ସିଜ୍ କରିଛି। ଏହା ସହ ଜିତୁଙ୍କ ଅଫିସ ଓ ଘରେ କାଗଜପତ୍ର ଯାଞ୍ଚ କରୁଛି। ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଆୟକର ବିଭାଗ ଜିତୁଙ୍କ ଘର ଓ ଅଫିସରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିଲା।






More Stories
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବନ୍ୟାଞ୍ଚଳରେ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ…..