ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ୪ଲକ୍ଷରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ତାଙ୍କ ପରିବାରକୁ ୧୦ଲକ୍ଷ ଟଙ୍କାର ସହାୟତା ମିଳିବ। ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶି ପରିମାଣ ୧ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..