ରିପୋର୍ଟ କାର୍ଡ / ପାରାଦୀପ
ପାରାଦୀପ ରେବିକା ବାର ପଛ ପଟେ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଯୁବକକୁ ତଣ୍ଟି କାଟି ହତ୍ୟା କରାଯାଇଛି । ମୃତ ଯୁବକଙ୍କ ଘର କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ବ୍ଲକ ଗଣ୍ଡାଖିଆ ଲୋକନାଥ ପୁର ଗାଁରେ ଓ ତାଙ୍କ ନାମ ଟୁବୁଲୁ ଜେନା । ସେ ରେବିକା ବାରରେ କିଛି ଦିନ ହେବ କାର୍ଯ୍ୟ କରୁଥିବା ଜଣାପଡ଼ଛି। କିଏ କଣ ପାଇଁ ହତ୍ୟା କଲା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ରେବିକା ବାରର ପରିଚାଳକଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..