ରିପୋର୍ଟ କାର୍ଡ / ଭୁବନେଶ୍ବର
ନିକଟରେ ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଓ ସର୍ବଭାରତୀୟ ପୋଲିସ ସେବା (ଆଇପିଏସ) ଅଧିକାରୀ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଥିଲେ । ଆଜି ରାଜ୍ୟ ସରକାର ଜଣେ ପ୍ରଶାସନିକ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି । ସୂଚନା ମୁତାବକ, ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ବିମଳେନ୍ଦୁ ରାୟଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି । ରାଜ୍ୟ ସରକାରଙ୍କ ୱାର୍କସ ବିଭାଗର ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟରତ ଶ୍ରୀ ରାୟଙ୍କୁ ସୋନପୁରର କଲେକ୍ଟର ଓ ଜିଲ୍ଲା ମାଜିଷ୍ଟ୍ରେଟ ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..