Report Card Odisha

| Daily Odia News

୧୪ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତିି ୧୪ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବହିବାର ସମ୍ଭାବନା ମଧ୍ୟ ରହିଛି।ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ଉପରୋକ୍ତ ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Breaking News