Report Card Odisha

| Daily Odia News

ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ:ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ବାଲେଶ୍ବର

ବାଲେଶ୍ବର ବାହାନଗା ରେଳ ଦୁର୍ଘଟଣା ପାଇଁ ଦାୟୀ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଦୋଷୀଙ୍କୁ ଆଦୌ କ୍ଷମା କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ତେବେ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଲୋକଙ୍କ ଉଦ୍ୟମ ଓ ସହାୟତାକୁ ପ୍ରଧାନମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି । ସେବା କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ସ୍ଥାନୀୟ ଲୋକଙ୍କୁ ପ୍ରଣାମ କରିଛନ୍ତି । ବିପଦ ସମୟରେ ଲୋକମାନେ ଯେଭଳି ସେବା କରିଛନ୍ତି, ଶ୍ରୀ ମୋଦୀ ତାକୁ ସାଲ୍ୟୁଟ କରିଛନ୍ତି । ରକ୍ତ ଦାନ ଠାରୁ ଆରମ୍ଭ କରି ଉଦ୍ଧାର ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟରେ ସ୍ଥାନୀୟ ଲୋକଙ୍କ ସହଯୋଗକୁ ଯେତେ ପ୍ରଶଂସା କଲେ କମ୍ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍କାଳ ଉଦ୍ଧାର କାର୍ଯ୍ୟ ପାଇଁ ନିଆଯାଇଥିବା ପଦକ୍ଷେପକୁ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି ।

Breaking News