ରିପୋର୍ଟ କାର୍ଡ / ଭୁବନେଶ୍ବର
ରେଳ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କାର କ୍ଷତିପୂରଣ । ସେହିପରି, ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି । ଏହାସହ ସମସ୍ତ ଆହତଙ୍କ ଚିକିତ୍ସା ମାଗଣାରେ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୃତକଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।






More Stories
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..
ରତ୍ନଭଣ୍ଡାର ଗଣତି ବୈଠକ…..
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……