ରିପୋର୍ଟ କାର୍ଡ / ଖୋର୍ଦ୍ଧା
ବାଲେଶ୍ୱର ବାହାନଗା ରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା କାହାର ଭୁଲ୍ ପାଇଁ ଘଟିଲା କାରଣ ଖୋଜା ଚାଲିଥିଲା ବେଳେ ଖୋର୍ଦ୍ଧା ଡିଆରଏମ ରିଙ୍କେଶ ରାୟ ଗତକାଲି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଯଦି କେହି ଫିଜିକାଲି ଟାମ୍ପରିଂ ନ କରିବ, ସିଗନାଲରେ ଗଡ଼ବଡ୍ ହେବନି । ଟେକ୍ନିକାଲି ଏହା ସମ୍ଭବ ନୁହେଁ । ମେନ୍ ଲାଇନରେ ଗ୍ରୀନ୍ ସିଗନାଲ ଥିଲା। ପ୍ରି କଣ୍ଡିସନ ଠିକ୍ ଥିଲେ ହିଁ ଗ୍ରୀନ ସିଗନାଲ ହୋଇଥାଏ। ଯଦି କିଛି ତ୍ରୁଟି ଥିବ,ତେବେ କେବେ ବି ଗ୍ରୀନ୍ ସିଗନାଲ ହେବ ନାହିଁ, ରେଡ୍ ଲାଇଟ ଜଳିବ । କରମଣ୍ଡଳ ଏକସପ୍ରେସ୍ ଯାଉଥିବା ମେନ୍ ଲାଇନରେ ଗ୍ରୀନ୍ ସିଗନାଲ ଥିଲା ବୋଲି ଡାଟା ଲକ୍ରୁ ତାହା ସ୍ପଷ୍ଟ ହୋଇଛି। ଏହି କାରଣରୁ ସିଗନାଲକୁ ଫିଜିକାଲି ଟାମ୍ପିରିଂ କରାଯାଇଥିବା ସନ୍ଦେହ କରିଛନ୍ତି ଖୋର୍ଦ୍ଧା ଡିଆରଏମ୍ । ଏହି ଗଡବଡରୁ ହିଁ ଏତେ ବଡ଼ ଟ୍ରେନ ଦୁର୍ଘଟଣା ହୋଇଥିବା ସନ୍ଦେହ କରାଯାଉଛି।






More Stories
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..
ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ……
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……