ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆରବ ସାଗର ଉପରେ ଥିବା ଗଭୀର ଅବପାତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ପାଲଟି ପାକିସ୍ତାନରେ ଲ୍ୟାଣ୍ଡ୍ଫଲ୍ କରିବ ବୋଲି ମୁମ୍ବାଇସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗୋଆଠୁ ପଶ୍ଚିମ ଦକ୍ଷିଣ-ପଶ୍ଚିମ ଦିଗରେ ୮୯୦ କିମି ଦୂରରେ ରହିଛି ଏହି ବାତ୍ୟା । ଏବେ ଏହା ଉତ୍ତର ଆଡ଼କୁ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଅତି ଭୀଷଣ ବାତ୍ୟାର ରୂପ ନେବ ‘ବିପର୍ଯ୍ୟୟ’ । ଏହା ପ୍ରଭାବରେ କେରଳ- କର୍ଣ୍ଣାଟକାର ଉପକୂଳ ଅଞ୍ଚଳ, ଲକ୍ଷଦୀପ ଓ ମାଲଦୀପ ଅଞ୍ଚଳ ତଥା କୋଙ୍କଣ-ଗୋଆ ଓ ମହାରାଷ୍ଟ୍ରର ଉପକୂଳ ଅଞ୍ଚଳରେ ଆସନ୍ତା କାଲିଠୁ ସମୁନ୍ଦ୍ର ଅଶାନ୍ତ ରହିବ । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହି ସ୍ଥିତି ଲାଗି ରହିବ । ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି। ତେଣୁ ଜୁନ୍ ୧୦ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଏଥିସହ ସମୁଦ୍ର ଭିତରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି।






More Stories
ପଶ୍ଚିମବଙ୍ଗରେ ଅତିରିକ୍ତ ୧୬୫ ପର୍ଯ୍ୟବେକ୍ଷ ଓ ୭୭ ପୋଲିସ ପର୍ଯ୍ୟବେକ୍ଷ ନିଯୁକ୍ତ……
ପଶ୍ଚିମବଙ୍ଗରରେ ପୁନଃ ମତଦାନ ଆରମ୍ଭ……
ଶନିବାର ପଶ୍ଚିମବଙ୍ଗରେ ହେବ ପୁନଃ ମତଦାନ…..