ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜାରିରହିଛି | ଆହୁରି ୨ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ। ଆସନ୍ତା ୨ ଦିନ ମଧ୍ୟରେ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ। ତେଣୁ ଅଂଶୁଘାତ ପ୍ରତି ସାବଧାନତା ଅବଲମ୍ବନ ସହ ଦିନ ସମୟରେ ଖରାରେ ବାହାରକୁ ଯିବା ବେଳେ ଲୋକଙ୍କୁ ପ୍ରାକ୍ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୮ ତାରିଖ ଗୁରୁବାର ଅପରାହ୍ନ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଟୁଇନ୍ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ବର୍ଷା ବଜ୍ରପାତ ହେବାର ସମ୍ଭାବନା ରହିଛି।






More Stories
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….