ରିପୋର୍ଟ କାର୍ଡ / ବାଲେଶ୍ଵର
ବାହାନଗାରେ ଟ୍ରେନ୍ ଦୁର୍ଘଟଣା ପରେ ମୃତଦେହ ରଖାଯାଇଥିବା ହାଇସ୍କୁଲକୁ ଭଙ୍ଗାଯାଉଛି। ସ୍କୁଲ ପରିଚାଳନା କମିଟି ଉପସ୍ଥିତିରେ ଆଜି ସକାଳେ ସ୍କୁଲ ଘର ଭଙ୍ଗାଯାଇଛି। ସ୍କୁଲରେ ଶତାଧିକ ଶବ ରଖାଯାଇଥିବାରୁ ଓ ଆଗକୁ ସ୍କୁଲ ଖୋଲିବାକୁ ଥିବାରୁ ପିଲାମାନଙ୍କ ମଧ୍ୟରେ ଭୟ ରହିଥିବା ଜଣାପଡ଼ିବା ସରକାର ଓ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି। ଦୁର୍ଘଟଣାପରେ ମୃତଦେହ ସ୍କୁଲରେ ରଖାଯାଇଥିବାରୁ ପିଲାମାନଙ୍କ ମଧ୍ୟରେ ଟିକେ ଭୟ ରହିଛି। ଏଥିପାଇଁ ସ୍କୁଲ ଘରକୁ ଭାଙ୍ଗିଦେବାକୁ ସ୍କୁଲ ପରିଚାଳନା କମିଟି ଜିଲ୍ଲା ପ୍ରଶାସନକୁ ଅଗଗତ କରିଥିଲା। ପରେ ଜିଲ୍ଲା ପ୍ରଶାସନ ଏନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗକୁ ଜଣାଇଥିଲା। ପରେ ରାଜ୍ୟ ସରକାର ସ୍କୁଲ ଘରକୁ ଭାଙ୍ଗି ଦେବାକୁ ନିଷ୍ପତ୍ତି ନେଇଥିଲେ। ଗତକାଲି ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ବାହାନଗା ହାଇସ୍କୁଲକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ।






More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..