ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି | କଲବଲ କରୁଛି ତାତି ସାଙ୍ଗକୁ ଗୁଳୁଗୁଳି । ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବଡ ନିଷ୍ପତ୍ତି ନିଆଯାଇଛି । ପିଲାମାନଙ୍କ ସୁରକ୍ଷା ଏବଂ ସ୍ୱାସ୍ଥ୍ୟକୁ ନଜରରେ ରଖି ଗ୍ରୀଷ୍ମ ଛୁଟିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି । ପୂର୍ବ ନିର୍ଦ୍ଦେଶ ଅନୁସାରେ,ଜୁନ ୧୯ ତାରିଖରେ ସ୍କୁଲ ଖୋଲିବା ପାଇଁ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ବର୍ତ୍ତମାନ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏହି ସମୟକୁ ପରିବର୍ତ୍ତନ କରାଯାଇଛି । ନୂଆ ନିର୍ଦ୍ଦେଶ ଅନୁସାରେ ଜୁନ୍ ୨୧ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..