ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁକ୍ତା ଯୋଜନାରେ ଚଳିତ ଆର୍ଥିକବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ୧୦ ଜିଲ୍ଲାର ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ଟଙ୍କା ମଞ୍ଜୁର ହୋଇଛି । ଢେଙ୍କାନାଳ , ଅନୁଗୁଳ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ବଲାଙ୍ଗିରଳ ସୁବର୍ଣ୍ଣପୁର, ବରଗଡ, ଝାରସୁଗୁଡା ଓ ଦେବଗଡ ଏହି ୧୦ଟି ଜିଲ୍ଲାର ୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୨୨୫କୋଟି ୫୩ ହଜାର ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ପ୍ରକଳ୍ପଗୁଡ଼ିକ ଏସଏଚଡି, ଏସଡିଏ ଏବଂ ସ୍ଥାନୀୟ ଗୋଷ୍ଠୀ ଦ୍ବାରା କାର୍ଯ୍ୟକାରୀ ହେବ। ପ୍ରକଳ୍ପ କାର୍ଯ୍ୟକାରୀ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜୁନ ୯ରେ ଜନ ପ୍ରତିନିଧିମାନଙ୍କ ସହ 5T ସଚିବ ଭିକେ ପାଣ୍ଡିଆନ ଆଲୋଚନା କରିଥିଲେ। ଏହି ପ୍ରକଳ୍ପରେ ମିନି ପାର୍କ, ଓପନ୍ ଜିମ୍, ଚାଇଲ୍ଡ ପ୍ଲେ ଷ୍ଟେସନ, ଖେଳ ପଡ଼ିଆ, ଭେଣ୍ଡିଂଜୋନ୍ ରହିଛି। ବହୁମୁଖୀ କମ୍ୟୁନିଟି ସେଣ୍ଟର, ୱାଲ ପେଣ୍ଟିଂ, ସୌନ୍ଦର୍ଯ୍ୟକରଣ ଓ ଶ୍ରମିକ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଏଥିରେ ଅନ୍ତର୍ଭୁକ୍ତ। ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ବା ମୁକ୍ତା ୨୦୨୦ ଏପ୍ରିଲ ୧୮ରେ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଗରିବ ଓ ବେରୋଜଗାରଙ୍କୁ କାମ ଦେବା ଲକ୍ଷ୍ୟରେ ଏହି ଯୋଜନା ହୋଇଥିଲା। ପୂର୍ବରୁ ୪୨ ମ୍ୟୁନିସିପାଲିଟି ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ୧୮୩ କୋଟି ୮୧ ଲକ୍ଷ ଟଙ୍କା ଓ ୩୭ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ପ୍ରଥମ ପର୍ଯ୍ୟାୟରେ ୪୨୩ କୋଟି ୮୭ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..