ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ୧୬୦ ଜଣ ଓଡ଼ିଶା ଶିକ୍ଷା ସେବା ଅଧିକାରୀଙ୍କୁ ନିଯୁକ୍ତି ଦିଆଯିବ । ଆସନ୍ତା ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ନିଯୁକ୍ତି ପତ୍ର ପ୍ରଦାନ କରିବେ । ଷ୍ଟେଟ କନଭେନସନ୍ ସେଣ୍ଟରଠାରେ ନବ ନିଯୁକ୍ତ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏନେଇ ଆଜି ଭୁବନେଶ୍ୱର ସ୍ଥିତ କୃଷି ଭବନ ସମ୍ମିଳନୀ କକ୍ଷରେ ଏକ କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଓପିଏସସି ଦ୍ୱାରା ମନୋନୀତ ୧୬୦ ଜଣଙ୍କ ମଧ୍ୟରୁ ୧୫୮ ଜଣ କାଉନସେଲିଂ ପ୍ରକ୍ରିୟାରେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ କାଉନସେଲିଂ ପ୍ରକ୍ରିୟା ସମ୍ବନ୍ଧୀୟ ସମସ୍ତ ବିବରଣୀ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ପ୍ରଦାନ କରିଥିଲେ । ଏହାପରେ ନବନିଯୁକ୍ତ ଅଧିକାରୀଙ୍କୁ ସେମାନଙ୍କ ନିଯୁକ୍ତି ସମ୍ପର୍କରେ ସମସ୍ତ ସୂଚନା ପ୍ରଦାନ କରାଯାଇଥିଲା। କେଉଁ ଅଧିକାରୀ କେଉଁ ସ୍ଥାନରେ କେଉଁ ପଦବୀରେ ଯୋଗଦେବେ ତାହା ସେମାନଙ୍କୁ ଜଣାଇ ଦିଆଯାଇଥିଲା। କାର୍ଯ୍ୟକ୍ରମର ଚୂଡ଼ାନ୍ତ ପର୍ଯ୍ୟାୟରେ ନବନିଯୁକ୍ତ ଅଧିକାରୀମାନେ ସେମାନଙ୍କ ସମସ୍ତ ଦ୍ୱନ୍ଦ୍ୱ ପଚାରି ବୁଝିଥିଲେ । ନିଯୁକ୍ତି ପାଇବାକୁ ଥିବା ଏହି ଅଧିକାରୀଙ୍କ ନିମନ୍ତେ ସମସ୍ତ ବ୍ୟବସ୍ଥା ବିଭାଗ ପକ୍ଷରୁ ଆୟୋଜିତ କରାଯାଇଥିଲା । ଏହି ଅବସରରେ ଓଡ଼ିଶା ରାଜ୍ୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକ ସମସ୍ତ ଶିକ୍ଷା ସେବା ଅଧିକାରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କୁ ନିଜ କର୍ତ୍ତବ୍ୟ ସଠିକ୍ ଭାବେ ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ପ୍ରମୁଖ ସାମିଲ ହୋଇଥିଲେ ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..