ରିପୋର୍ଟ କାର୍ଡ / ପୁରୀ
ଶ୍ରୀଜୀୟୁଙ୍କର ସରିଲା ପହଣ୍ଡି। ତିନି ରଥରେ ବିଜେ ହେଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏହାପରେ ମାତା ସୁଭଦ୍ରାଙ୍କର ଏବଂ ଶେଷରେ କାଳିଆ ଠାକୁରଙ୍କର ପହଣ୍ଡିବିଜେ ହୋଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବେଳେ ହୁଳହୁଳି, ହରିବୋଲ ଡାକ ସହ ଘଣ୍ଟଘଣ୍ଟା ଧ୍ୱନି ଓ ମର୍ଦ୍ଦଳା, ତୂରୀଭେରୀର ନାଦରେ ସିଂହଦ୍ୱାର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଗହଳି ଲଗେଇ ଆସିଥିଲେ ମହାପ୍ରଭୁା ଟାହିଆ ହଲେଇ ଆସିଥିଲେ କାଳିଆ ଗୋସାଇଁ। କାଳିଆ ଠାକୁରଙ୍କ ପହଣ୍ଡି ସରିବା ପରେ ତିନି ରଥରେ ଶୋଭା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବଦଳନ ରଥରେ ଶ୍ରୀସୁଦର୍ଶନ ଓ ମାତା ସୁଭଦ୍ରା, ତାଳଧ୍ବଜ ରଥରେ ଶ୍ରୀବଳଦେବ ନନ୍ଦିଘୋଷ ରଥରେ ଶ୍ରୀଜଗନ୍ନାଥ ବିରାଜମାନ ହୋଇଛନ୍ତି। ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ ହେବା ପରେ ପରିବେଶ ଆହୁରି ଭକ୍ତିମୟ ହୋଇଛି। ଏବେ ଭକ୍ତମାନେ ମହାପ୍ରଭୁଙ୍କ ଛେରାପହଁରା ଓ ରଥଟଣାକୁ ଧୈର୍ଯ୍ୟର ସହ ଅପେକ୍ଷା କରିଛନ୍ତି। ଆଜି ରଥଯାତ୍ରାରେ ପୁରୀରେ ୧୦ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିବା କୁହାଯାଉଛି।






More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..