ରିପୋର୍ଟ କାର୍ଡ / ପୁରୀ
ମଙ୍ଗଳବାରଠାରୁ ନଅ ଦିନପାଇଁ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧା ବିଗ୍ରହ ବୁଧବାର ପୂର୍ବାହ୍ନ ସୁଦ୍ଧା ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିଛନ୍ତି। ବଡ଼ଦାଣ୍ଡରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ବୁଧବାର ଦିନ ଶରଧାବାଲିରେ ବିଜେ କରିଥିଲା। ତିନିରଥ ଶରଧାବାଲିରେ ବିଜେ ପରେ ରଥ ଉପରେ ଆଜିର ଦୈନନ୍ଦିନ ନୀତିକାନ୍ତି ସଂପନ୍ନ ହୋଇଛି। ରଥଟଣା ଦିନ ଆଡ଼ପ ପହଣ୍ଡି ପରମ୍ପରା ବିରୋଧୀ ଥିବାରୁ ଗୁରୁବାର ଅପରାହ୍ନରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ପହଣ୍ଡି କରିବାକୁ ନିଷ୍ପତ୍ତି ହୋଇଛି। ଗୋଟି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ମଣ୍ଡପକୁ ବିଜେ କରିବେ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..